ସୃଷ୍ଟି ହେଲା ଲଘୁଚାପ, ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ

Aug 29, 2026 - 11:20
ସୃଷ୍ଟି ହେଲା ଲଘୁଚାପ, ଉତ୍ତର ଓଡ଼ିଶାରେ ପ୍ରବଳ  ବର୍ଷିବ

ଭୁବନେଶ୍ୱର : ସୃଷ୍ଟି ହେଲା ଲଘୁଚାପ। ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ୪୮ ଘଣ୍ଟା ଯାଏଁ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡିଶା -ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଦେଇ ଗତି କରିବାର ସମ୍ଭାବନା ରହିଛି । ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ । ୩ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି ହୋଇଛି। 

ସେହିପରି ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ । ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, କେନ୍ଦୁଝର, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ପ୍ରବଳ ବର୍ଷା ପାଇଁ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ଆସନ୍ତକାଲି ଭୀଷଣ ବର୍ଷା ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ଅନ୍ୟ ୨୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲିଠୁ ବର୍ଷାର ପରିମାଣ ଆହୁରି ବଢ଼ିପାରେ । ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତର ସମ୍ଭାବନା ରହିଛି ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।