ସ୍କୁଲ ବସ୍ରେ ଲାଗିଲା ନିଆଁ, ଜାଣିଶୁଣି କେହି…
ନବରଙ୍ଗପୁର,୨୫ା୧୦(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟସ୍ଥିତ ସ୍ବାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ସ୍କୁଲ ପରିସରରେ ଥିବା ଏକ ଅବ୍ୟବହୃତ ବସ୍ରେ ନିଆଁ ଲାଗି ଜଳିଯାଇଛି। ବସ୍ଟି ହୁତୁହୁତୁ ହୋଇ ଜଳୁଥିବା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ବସ୍ରେ କିପରି ନିଆଁ ଲାଗିଲା, ତାହା ଏଯାଏ ସ୍ପଷ୍ଟ ହୋଇନାହିଁ। କେହି ଦୁର୍ବୃତ୍ତ ଜାଣିଶୁଣି ବସ୍ରେ ନିଆଁ ଲଗାଇ ଦେଇଥିବା ନେଇ ସନ୍ଦେହ କରାଯାଉଛି । ଏ ସମ୍ପର୍କରେ ସ୍କୁଲ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ। ତେବେ ତଦନ୍ତ ପରେ ହିଁ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିବ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।