ସ୍ଥଗିତ ହେଲା OSSTET-୨୦୨୬ ପରୀକ୍ଷା: ବୁଧବାର ହେବାର ଥିଲା, ପୁଣି ଏହି ଦିନ…

Sep 29, 2026 - 13:01
ସ୍ଥଗିତ ହେଲା OSSTET-୨୦୨୬ ପରୀକ୍ଷା: ବୁଧବାର ହେବାର ଥିଲା, ପୁଣି ଏହି ଦିନ…

ଭୁବନେଶ୍ବର,୨୯।୯: ସ୍ଥଗିତ ହେଲା ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) । ବୁଧବାର ଏହି ପରୀକ୍ଷା ହେବାକୁ ଥିବା ବେଳେ ସ୍ଥଗିତ ନେଇ ଘୋଷଣା କଲା ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) । ବୁଧବାର ଗୋଟିଏ ସିଟିଂରେ ପେପର-୧, ପେପର-୨ ପରୀକ୍ଷା ହେବାର ଥିଲା । ସକାଳ ୯ଟାରୁ ଆରମ୍ଭ ହୋଇ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ପରୀକ୍ଷା ହେବା ନେଇ ସୂଚୀ ପ୍ରକାଶ ପାଇଥିଲା । ତେବେ ପୁଣି ପରୀକ୍ଷା କେବେ ହେବ ସେ ନେଇ ତାରିଖ ଘୋଷଣା ହୋଇନଥିବା ବେଳେ ଖୁବଶୀଘ୍ର ଜଣାଇବ କହିଲା BSE ।

 

 

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।