ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

Sep 13, 2026 - 20:10
ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ ବିଭାଗ ବୁଲି ଦେଖିବା ସହ ସଫେଇ ବ୍ୟବସ୍ଥା ଏବଂ ସଫେଇ କର୍ମଚାରୀଙ୍କ ସ୍ଥିତି ସମ୍ପର୍କରେ ଅନୁଧ୍ୟାନ କରିଥିଲେ।

ପରିଦର୍ଶନ ସମୟରେ ଉପାଧ୍ୟକ୍ଷ ସଫେଇ କର୍ମଚାରୀମାନଙ୍କ ସହ ଆଲୋଚନା କରି ସେମାନଙ୍କ କାର୍ଯ୍ୟ, ସମସ୍ୟା, ସୁବିଧା ଓ ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ। ସଫେଇ କର୍ମଚାରୀମାନେ ନିଜର ବିଭିନ୍ନ ସମସ୍ୟା ଓ ଦାବି ତାଙ୍କ ସମ୍ମୁଖରେ ଉପସ୍ଥାପନ କରିଥିଲେ। ଏହି ସମୟରେ ମେଡିକାଲ ଅଫିସର ଡାକ୍ତର ଭଗବାନ ପଣ୍ଡାଙ୍କ ସମେତ ପ୍ରତିକ ଯୋଶୀ, କୁଞ୍ଜବିହାରୀ ଅଗ୍ରୱାଲ, ବିରଞ୍ଚି ନାରାୟଣ ପଣ୍ଡା, କୁବଳେଶ୍ୱର ପାଣିଗ୍ରାହୀ, ସନ୍ତୋଷ କୁମାର ସିଂହଦେଓ, ଅଂଶୁମାନ ଯୋଶୀ, ପ୍ରେମ ବାଗ, ହସ୍ପିଟାଲ କର୍ମଚାରୀ ନିରାକାର ନାଏକ ପ୍ରମୁଖ ଉପସ୍ଥିତ ଥିଲେ ଓ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।