ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

Oct 01, 2026 - 16:38
ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ ସେ ତାଗିଦ କରିଛନ୍ତି । ହିଞ୍ଜିଳି ଏବଂ ଶେରଗଡ଼ରେ କିଛି ବିଶୃଙ୍ଖଳାକାରୀ ନେତା ରହିଛନ୍ତି । ମୁଁ ସବୁ ଜାଣିଛି, ଠିକ୍ ସମୟରେ ସେମାନଙ୍କ ଉପରେ ଆକ୍ସନ ନେବି ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।

ତେବେ କିଏ ସେହି ବିଶୃଙ୍ଖଳାକାରୀ ସେନେଇ କୌଣସି ସ୍ପଷ୍ଟ ସୂଚନା ଦେଇନାହାନ୍ତି । ନବୀନଙ୍କ ବୟାନ ପରେ ରାଜ୍ୟ ରାଜନୀତିରେ ଚର୍ଚ୍ଚା ବଢ଼ିବାରେ ଲାଗିଛି ।

 

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।