୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

Sep 09, 2026 - 09:02
୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ ବୋଲି କ୍ରେମ୍‌ଲିନ୍‌ ମୁଖପାତ୍ର ଡିମିଟ୍ରି ପେସ୍କୋଭ ମଙ୍ଗଳବାର କହିଛନ୍ତି। ମସ୍କୋରୁ ଭର୍ଚୁଆଲି ଖବରଦାତାମାନଙ୍କୁ ଉଦ୍‌ବୋଧନ ଦେଇ ପେସ୍କୋଭ କହିଛନ୍ତି, ରାଷ୍ଟ୍ରପତି ପୁଟିନ୍‌ଙ୍କ ନୂଆଦିଲ୍ଲୀ ଗସ୍ତ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଆଉ ଏକ ଦ୍ୱିପାକ୍ଷିକ ଆଲୋଚନା ନେଇ ଆମେ ଅପେକ୍ଷା କରିଛୁ।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।