୧୬ ଚକିଆ ଟ୍ରକ୍ ଓ କାର ମୁହାଁମୁହିଁ ଧକ୍କା
Oct 21, 2026 - 22:11
ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ଲହୁଣିପଡା ଥାନା ଅଧୀନ କଲେଇପୋଷ କଟା ଠାରେ ଆଜି ଏକ ୧୬ ଚକିଆ ଟ୍ରକ୍ ଓ କାର ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୫ ଜଣ ଆହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତାହତମାନେ ବରସୁଆଁ ଅଂଚଳର ହୋଇଥିବା ସୂଚନା ମିଳିଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DINALIPI ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DINALIPI ଦେଖନ୍ତୁ।