୧୭ ଯାଏ ବର୍ଷା

Sep 13, 2026 - 08:04
୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର ପରିମାଣ କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ତେବେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୁରଭଞ୍ଜ, ଗଜପତି,
ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଘଡଘଡ଼ି ସହିତ ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ନିଂ ଦିଆଯାଇଛି। ସେହିପରି ସୋମବାର କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଏବଂ ଗଜପତି ଜିଲାକୁ ୟେଲୋ ଓ୍ୱାର୍ନିଂ ଜାରି କରାଯାଇଛି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।