୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

Sep 14, 2026 - 17:25
୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ। ଏନେଇ ଆୟୋଜିତ ହେବ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମ। ଏହି ପରିପ୍ରେକ୍ଷୀରେ ସକାଳେ କିମ୍ବା ସାରେ ଦୀପ ପ୍ରଜ୍ଜ୍ୱଳିତ କରିବାକୁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

ଘର, ମନ୍ଦିର କିମ୍ବା କୌଣସି ପ୍ରମୁଖ ସ୍ଥାନରେ ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏପରିକି ଜନକଲ୍ୟାଣକାରୀ ଯୋଜନାର ହିତାଧିକାରୀ ଶୁଭେଚ୍ଛା ବାର୍ତ୍ତା ଦେଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏକରିକି ପ୍ରଧାନମନ୍ତ୍ରୀ ମୋଦିଙ୍କ ଦୀର୍ଘାୟୁ ଓ ସୁସ୍ଥ ଜୀବନ ପ୍ରାର୍ଥନା କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ସୋସିଆଲ ମିଡିଆରେ ଫଟୋ ଏବଂ ଭିଡିଓ ଅପଲୋଡ୍‌ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।