୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…
କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ ବୁଝାଶୁଝା କରି ଯନ୍ତ୍ରୀ ଦ୍ୱୟଙ୍କୁ ଉଦ୍ଧାର କରିଥିଲା। ଏହି ଘଟଣା ଏବେ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।
ମିଳିଥିବା ସୂଚନା ମୁତାବକ, ନିମାପଡ଼ା ଚନ୍ଦନପୁର ବ୍ରାଞ୍ଚ କେନାଲଠାରୁ ପାର୍ବତୀପୁର ପର୍ଯ୍ୟନ୍ତ ରାସ୍ତା ନିର୍ମାଣରେ ଅନିୟମିତତା ହୋଇଛି। ଏପରିକି ନିମାଣ କାର୍ଯ୍ୟ ଅବଧି ଶେଷ ହେବାର ୨ ବର୍ଷ ବିତିଥିଲେ ମଧ୍ୟ ଏଯାଏଁ ସରିନି ରାସ୍ତା କାମ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।