୩୨ କେଭି ବିଦ୍ୟୁତ୍ ତାରରେ ବାଜିଗଲା ୧୦ମ ଶ୍ରେଣୀ ଛାତ୍ରଙ୍କ ହାତ, ଚାଲିଗଲା ଜୀବନ
ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମାର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬) ବିଦ୍ୟୁତ୍ ଆଘାତରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।
ଘଟଣାରୁ ପ୍ରକାଶ ଯେ, ସୁଶାନ୍ତ କେଲୁଆ ନିକଟସ୍ଥ ନରଣପୁର ମାମୁ ଘରେ ରହି ନୁଆପେଣ୍ଠ ହାଇସ୍କୁଲରେ ଦଶମ ଶ୍ରେଣୀରେ ପଢ଼ୁଥିଲେ। ରବିବାର ସୁଶାନ୍ତ ମାମୁଘର ଛାତ ଉପରକୁ କୌଣସି କାମରେ ଯାଇଥିବା ବେଳେ ଅସାବଧାନତା ବଶତଃ ସାରା ଗ୍ରାମକୁ ସଂଯୋଗ ଥିବା ମୁଖ୍ୟ ୩୨ କେଭି ଇଲେକ୍ଟ୍ରିକ୍ ତାରରେ ହାତ ବାଜି ଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପାତ୍ରପୁର ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆ ଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାସ୍ଥଳରେ ଜରଡ଼ା ଥାନା ପୋଲିସ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଇଥିବା ଜଣାପଡ଼ିଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।