୯ ରୁ ବଢିବ ବର୍ଷା, ସୃଷ୍ଟି ହେଲା ଘୁର୍ଣ୍ଣିବଳୟ

Sep 07, 2026 - 09:21
୯ ରୁ ବଢିବ ବର୍ଷା, ସୃଷ୍ଟି ହେଲା ଘୁର୍ଣ୍ଣିବଳୟ

ଭୁବନେଶ୍ୱର : ଆସୁଛି ପୁଣି ବଡ଼ ବର୍ଷା ଆସନ୍ତା । ଉତ୍ତର ଓଡ଼ିଶା ଉପରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ  । ଏହା ଲଘୁଚାପ ରୂପ ନେଇ ୯ ତାରିଖରୁ ପୁଣି ବଢିବ ବର୍ଷା । ଏହା ପ୍ରଭାବରେ ୧୧ ତାରିଖ ଯାଏ ରାଜ୍ୟରେ ଭାରି ବର୍ଷା ହେବ ।  

ବିଶେଷ କରି ୧୦ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ନୟାଗଡ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ସାମାନ୍ୟ ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବରରେ ପ୍ରବଳ ବର୍ଷା ହେବାର  ସମ୍ଭାବନା ରହିଛି।

୧୧ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ସମ୍ଭାବନା ଅଛି । ରବିବାର ଦିନତମାମ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଛି । ବାରିପଦାରେ ୧୭.୮ମିମି ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର, କଟକ ଓ କେନ୍ଦ୍ରାପଡ଼ାର କିଛି ସ୍ଥାନରେ ବର୍ଷା ହୋଇଛି । ସେହିପରି ,ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ସୀମାନ୍ତବର୍ତ୍ତୀ ଜିଲ୍ଲା ସମେତ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । 

 

 

 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।