୯ରେ ଖୋଲିବ ହୀରାକୁଦ ଗେଟ୍‌

Jul 06, 2026 - 18:11
୯ରେ ଖୋଲିବ ହୀରାକୁଦ ଗେଟ୍‌

ସମ୍ବଲପୁର,୬।୭: ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ବଢ଼ିବାରେ ଲାଗିଛି। ଏନେଇ ଆସନ୍ତା ୯ ତାରିଖରେ ହୀରାକୁଦ ଡ୍ୟାମ୍‌ରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯିବ। ଏନେଇ ଡ୍ୟାମ୍‌ କର୍ତ୍ତୃପକ୍ଷ ସୋମବାର ସୂଚନା ଦେଇଛନ୍ତି।

ଏପରିକି ଲଘୁଚାପ ଜନିତ ବର୍ଷା ଯୋଗୁ ମହାନଦୀ ଏବଂ ଏହାର ଶାଖା ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି। ଫଳରେ ହୀରାକୁଦ ଡ୍ୟାମ୍‌ରେ ଜଳସ୍ତର ବଢୁଥିବାର ପ୍ରଥମ ବନ୍ୟା ଜଳ ନିଷ୍କାସନ କରିବା ପାଇଁ ଡ୍ୟାମ୍‌ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।